
ଭୁବନେଶ୍ୱର, ୧୫ ନଭେମ୍ବର (ହି.ସ.)- ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲା ଏବଂ କୋରାପୁଟ ଜିଲ୍ଲାର କୋରାପୁଟରେ ଆଜି ସକାଳେ ଘନ କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦ ରୁ ୨୦୦ ମିଟର ମଧ୍ୟରେ ରହିଥିଲା । ସେହିପରି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ଆଜି ସକାଳେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଥିଲା ।
ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟ ରାଜଧାନୀ ଭୁବନେଶ୍ୱର ଏବଂ ଝାରସୁଗୁଡ଼ାରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ