
ଭୁବନେଶ୍ୱର,୧୫ ନଭେମ୍ବର(ହି.ସ)- ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମସ୍ ରେ ଚିକିତ୍ସିତ ହେଉଛନ୍ତି। ଏବେ ତାଙ୍କୁ ଭେଂଟିଲେଟରରେ ରଖାଯାଇଛି। ଗତକାଲି ହ୍ୟୁମାନ୍ ସାଗରଙ୍କୁ ଭୁବନେଶ୍ୱର ଏମ୍ସ ଆଇସିୟୁରେ ଭର୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନାହିଁ। ଡାକ୍ତରଙ୍କ କହିବା ଅନୁଯାୟୀ, ତାଙ୍କୁ ୭୨ ଘଂଟା ଯାଏ ଅବଜରଭେସନରେ ରଖାଯାଇଛି।
ହ୍ୟୁମାନଙ୍କର ଲିଭର ଓ କିଡ୍ନି ସହିତ ବହୁ ଅଙ୍ଗ ପ୍ରଭାବିତ ହୋଇଛି। ସେ ଶ୍ୱାସକ୍ରିୟାଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଅଛନ୍ତି। ତାଙ୍କୁ ଭେଂଟିଲେଟର ସହାୟତାରେ ରଖାଯାଇଛି। ଏକ୍ମୋ ବିଶେଷଜ୍ଞ ଶ୍ରୀକାନ୍ତ ବେହେରାଙ୍କ ତତ୍ୱାବଧାନରେ ତାଙ୍କର ଚିକିତ୍ସା ଚାଲିଛି। ହ୍ୟୁମାନ୍ ସାଗରଙ୍କ ମା କହିଛନ୍ତି, ଚିକିତ୍ସା ଲାଗି ସେ ରାଜ୍ୟ ବାହାରକୁ ନେବା ଲାଗି ଚିନ୍ତା କରୁଛନ୍ତି। ଏଥିଲାଗି ରାଜ୍ୟ ସରକାର ତାଙ୍କୁ ସହାୟତା କରିବାକୁ ଆକୁଳ ନିବେଦନ କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା