
ବାରିପଦା, ୧୬ ନଭେମ୍ବର(ହି.ସ.) – ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ସ୍ଥିତ ସଦଭାବନା ଗୃହରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ ଯୋଗ ଦେଇଥିବାବେଳେ ସମ୍ମାନୀତ ଅତିଥିଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦୀପକ କୁମାର ଗୋଚ୍ଛାୟତ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିକାଶ ମହାନ୍ତି ଓ ଉଦଳା ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସରୋଜ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ଚଳିତ ବର୍ଷ ଭ୍ରମାତ୍ମକ ଖବର ପ୍ରସାରଣ ବୃଦ୍ଧି ପରିପ୍ରେକ୍ଷୀରେ ଗଣମାଧ୍ୟମ ବିଶ୍ୱସନୀୟତା ସଂରକ୍ଷଣ ବିଷୟ ବସ୍ତୁ ଉପରେ ଏଥିରେ ଆଲୋଚନା କରାଯାଇଥିଲା। ଜିଲ୍ଲାର ବିଭିନ୍ନ ସ୍ଥାନରୁ ଅନେକ ଛାପା ଓ ବୌଦତିକ ଗଣମାଧ୍ୟମ ସାମ୍ୱାଦିକମାନେ ଉପସ୍ଥିତ ରହିଥିବାବେଳେ ନିଜ ନିଜର ଅଭିଭାଷଣ ରଖିଥିଲେ।
ହିନ୍ଦୁସ୍ଥାନ ସମାଚାର/ଦିଲ୍ଲୀପ/ବୀଣାପାଣି
.......................................
ହିନ୍ଦୁସ୍ଥାନ ସମାଚାର / ଦିଲ୍ଲୀପ