
ମାଲକାନଗିରି, ୧୭ ନଭେମ୍ବର (ହି.ସ.)- ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଳକ୍ ସ୍ଥିତ ମାଡକାପଦର୍ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ ଓ ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ ଉପସ୍ଥିତ ରହି ଜନ ସାଧାରଣଙ୍କ ଅଭିଯୋଗ ଗୁଡିକୁ ଶୁଣିଥିଲେ। ଏହି ଶିବିରରେ ମୋଟ ୬୯ଟି ଅଭିଯୋଗର ଶୁଣାଣି ହୋଇଥିଲା । ତନ୍ମଧ୍ୟରୁ ୧୬ ଗୋଟି ବ୍ୟକ୍ତିଗତ ଓ ୫୩ଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଶୁଣାଣୀରେ ପ୍ରଧାନମନ୍ତ୍ରୀ ଆବାସ ଗୃହ, ପେନସନ, ନଳକୂପ, ବିଜୁଳି ସଂଯୋଗିକରଣ, ରାସ୍ତା, ସେତୁ ଓ ଅନ୍ୟାନ୍ୟ ଅଭିଯୋଗର ଶୁଣାଣି ହୋଇଥିଲା । ବିଭିନ୍ନ ଯୋଜନାର ହାତ ପାହାନ୍ତାରେ ସେବା ଯୋଗାଇ ଦେବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ୟାମ୍ପ ଆୟୋଜନ କରାଯାଇଥିଲା। ଅଭିଯୋଗ ପରେ ଅତିରିକ୍ତ ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀ ବିଭିନ୍ନ ସ୍କୁଲ୍ ପରିଦର୍ଶନରେ ଯାଇ ମଧ୍ୟାହ୍ନ ଭୋଜନର ମାନ ପରଖିଛନ୍ତି।
ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ ଏବଂ ତହସିଲଦାର ମାନେ ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ