
ଭୁବନେଶ୍ୱର, ୧୮ ନଭେମ୍ବର (ହି.ସ.)- ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ଆଜି ସକାଳେ ଘନ କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଥିଲା ।
ସେହିପରି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ହାଲୁକା କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ରୁ ୧୦୦୦ ମିଟର ମଧ୍ୟରେ ରହିଥିଲା ।
ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଅନୁଗୁଳରେ ଭୀଷଣ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ