
ଭୁବନେଶ୍ୱର, ୨ ନଭେମ୍ବର (ହି.ସ.)- ଆଗାମୀ ୨ ଦିନ(ଆଜି ଓ ଆସନ୍ତାକାଲି) ରାଜ୍ୟରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ପରବର୍ତୀ ୫ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ । ସେହିପରି ଆଗାମୀ ୭ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ