
ଜୟପୁର, ୨ ନଭେମ୍ବର (ହି.ସ.)- ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ସଦର ଥାନା ଅନ୍ତର୍ଗତ ନିଳାଗୁଡା ଜଙ୍ଗଲରେ ଅବକାରି ଥାନା ଚଢଉ କରିଛି । ଚଢଉ ଖବର ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୨୬ଶହ ଲିଟର ପୋଚ ଓ ୧୪୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଓଆଇସି ସୁବ୍ରତ କେଶୋରି ହିରଣ ସୂଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପିକେପି