ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ସର୍ବାଧିକ ୧୮.୪ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ସର୍ବାଧିକ ୧୮.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କଟକ ଜିଲ୍ଲାର ତିଗିରିଆରେ ୭.୦ ମି.ମି., ମୁଣ୍ଡଳିରେ ୬.୨ ମି.ମି., ଢ଼େଙ୍କାନା
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ସର୍ବାଧିକ ୧୮.୪ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ସର୍ବାଧିକ ୧୮.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କଟକ ଜିଲ୍ଲାର ତିଗିରିଆରେ ୭.୦ ମି.ମି., ମୁଣ୍ଡଳିରେ ୬.୨ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଢ଼େଙ୍କାନାଳ(ପିଟିଓ)ରେ ୬.୨ ମି.ମି., ନୂଆପଡା ଜିଲ୍ଲାର ସିନାପାଲିରେ ୬.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଢ଼େଙ୍କାନାଳରେ ୫.୨ ମି.ମି., କଟକ ଜିଲ୍ଲାର ଆଠଗଡ଼ରେ ୫.୦ ମି.ମି., ଅନୁଗୁଳ ଜିଲ୍ଲାର ବଅଁରପାଳରେ ୩.୮ ମି.ମି., ଖୋର୍ଦ୍ଧା ଜିଲ୍ଲାର ଚିଲିକାରେ ୩.୦ ମି.ମି., କନ୍ଧମାଳ ଜିଲ୍ଲାର ଫୁଲବାଣିରେ ୩.୦ ମି.ମି. ଏବଂ ବଲାଙ୍ଗିର ଜିଲ୍ଲାର ବଙ୍ଗମୁଣ୍ଡାରେ ୦.୫ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande