୨୨ରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା, ୨୪ ତାରିଖ ବେଳକୁ ଅବପାତ
ଭୁବନେଶ୍ଵର, ୨୧ ନଭେମ୍ବର (ହି.ସ.)- ମାଲକ୍କା ସମୁଦ୍ର ମଧ୍ୟ ଅଂଶରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ, ଯାହାକି ସମୁଦ୍ର ପତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ । ଏହାର ପ୍ରଭାବରେ ୨୨ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି
୨୨ରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା, ୨୪ ତାରିଖ ବେଳକୁ ଅବପାତ


ଭୁବନେଶ୍ଵର, ୨୧ ନଭେମ୍ବର (ହି.ସ.)- ମାଲକ୍କା ସମୁଦ୍ର ମଧ୍ୟ ଅଂଶରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ, ଯାହାକି ସମୁଦ୍ର ପତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ । ଏହାର ପ୍ରଭାବରେ ୨୨ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ପରବର୍ତୀ ସମୟରେ ଏହା ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତି କରିପାରେ ଏବଂ ଆସନ୍ତା ୨୪ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗର ମଧ୍ୟ ଭାଗରେ ଅବପାତରେ ପରିଣତ ହୋଇପାରେ । ପରବର୍ତୀ ୪୮ ଘଂଟାରେ ଏହା ପଶ୍ଚିମ-ଉତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ତେବେ ସମ୍ଭାବ୍ୟ ଅବପାତର ପ୍ରଭାବ କେତେଦୂର ଓଡ଼ିଶା ଉପରେ ପଡିବ, ଏହା କେଉଁଆଡକୁ ମୁହାଁଇବ, ଓଡ଼ିଶାର କେଉଁ ଜିଲ୍ଲାରେ ବର୍ଷା ହେବ ସେନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅଦ୍ୟାବଧି କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande