
ନୂଆଦିଲ୍ଲୀ/ଭୁବନେଶ୍ୱର, ୨୨ ନଭେମ୍ବର (ହି.ସ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିନ ନୂଆଦିଲ୍ଲୀ ଠାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି। ଏହହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ସ୍ୱାସ୍ଥ୍ୟ ଭିତିଭୂମିର ଉନ୍ନତି ସମ୍ପର୍କରେ ନଡ୍ଡାଙ୍କ ସହିତ ଆଲୋଚନା କରିଥିଲେ।
ଏସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ଏକ୍ସରେ ପୋଷ୍ଟ କରିଛନ୍ତି ଆଜି ନୂଆଦିଲ୍ଲୀରେ ଆମ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଜୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର ସୁଯୋଗ ମିଳିଲା । ଏହି ଅବସରରେ ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଭାବେ ଆଲୋଚନା କରାଗଲା। ନଡ୍ଡା ଜୀଙ୍କ ଦୂରଦୃଷ୍ଟିସମ୍ପନ୍ନ ମାର୍ଗଦର୍ଶନ ଆମକୁ ଅଧିକ ଉତ୍ସାହ ସହ କାର୍ଯ୍ୟ କରିବା ପାଇଁ ପ୍ରେରଣା ଯୋଗାଇବ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା