




ବଲାଙ୍ଗିର, ୨୨ ନଭେମ୍ବର (ହି.ସ.)- ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲିପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ସେବା ଶିବିର ଆଜି ବରପାଲିପଡ଼ା (ଭଗବତ ମନ୍ଦିର) ଠାରେ ଅନୁଷ୍ଠିତ ହେଇଥିଲା। ଏହି ସ୍ବାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଶିବିରରେ ସ୍ଥାନୀୟ ଆଶାକର୍ମୀ ଓ ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢ଼ୀ, ଭୀମଭୋଇ ମେଡିକାଲ କଲେଜର ଡାକ୍ତର ହେମାନନ୍ଦ ସାହୁ ଓ ଡାକ୍ତର ଦିନେଶ ମୀନା ଏବଂ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଓ ଅନୁଶ୍ରୀ ମୁଖାର୍ଜୀ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିରଟିକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ ଅନିଲ କୁମାର ମହାକୁର ତଦାରଖ କରିଥିଲେ ।
ସ୍ବାସ୍ଥ୍ୟ ଶିବିରରେ ୧୧୫ ରୁ ଉର୍ଦ୍ଧ୍ଵ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିରଟି ସୁଚାରୁ ରୂପେ ପରିଚାଳିତ ହୋଇଥିଲା।
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ