ଚମ୍ପୁଆ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ଉଦଯାପିତ
ଚମ୍ପୁଆ,23 ନଭେମ୍ବର (ହି.ସ.)ସ୍ଥାନୀୟ ନେହେରୁ ଷ୍ଟାଡିୟମ ଠାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୧ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିଭାବେ ଆସିଷ୍ଟାଣ୍ଟ ଲେବର ଅଫିସର ତଥା ପୂର୍ବ ଛାତ୍ର ଅମରେଶ କର ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ କ୍ରୀଡାର ମହତ୍ତ
ଚମ୍ପୁଆ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ଉଦଯାପିତ


ଚମ୍ପୁଆ,23 ନଭେମ୍ବର (ହି.ସ.)ସ୍ଥାନୀୟ ନେହେରୁ ଷ୍ଟାଡିୟମ ଠାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୧ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିଭାବେ ଆସିଷ୍ଟାଣ୍ଟ ଲେବର ଅଫିସର ତଥା ପୂର୍ବ ଛାତ୍ର ଅମରେଶ କର ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ କ୍ରୀଡାର ମହତ୍ତ୍ଵ ସମ୍ପର୍କରେ ଅବଗତ କରିଥିଲେ । ସମ୍ମାନୀତ ଅତିଥି ଭାବେ କେନ୍ଦୁଝର ବିଭାଗ ନିରୀକ୍ଷକ ଜ୍ଞାନ ରଞ୍ଜନ ପାଢ଼ୀ ଯୋଗଦେଇ ସୁସ୍ଥ ଶରୀର ପାଇଁ କ'ଣ କରିବା ଆବଶ୍ୟକ ସେ ବିଷୟରେ ପରାମର୍ଶ ଦେଇଥିଲେ । ଅବସରପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟ ଧରଣୀଧର ଦାସ ଛାତ୍ରଛାତ୍ରୀ ମାନଙ୍କୁ ଶୃଙ୍ଖଳାର ଆବଶ୍ୟକତା ବିଷୟରେ କହିଥିଲେ । ପରିଚାଳନା ସମିତିର ସଭାପତି ରମାକାନ୍ତ ପ୍ରଧାନ ସୁନାଗରିକ ହେବାକୁ ପରାମର୍ଶ ଦେଇଥିଲେ । ସମ୍ପାଦକ ଭୋଳାନାଥ ମିଶ୍ର , ପ୍ରଧାନ ଆଚାର୍ଯ୍ୟ ଶରତ ଚନ୍ଦ୍ର ପ୍ରଧାନ ଆଦି ମଞ୍ଚାସୀନ ଥିଲେ । ଆଚାର୍ଯ୍ୟ ଭାସ୍କର ଚନ୍ଦ୍ର ମହାକୁଡ଼ ଅତିଥି ପରିଚୟ ପ୍ରଦାନ ଓ ମଞ୍ଚକାର୍ଯ୍ଯ ପରିଚାଳନା କରିଥିଲେ । ଆଚାର୍ଯ୍ୟ ଚିତ୍ତରଞ୍ଜନ ମହାନ୍ତ ଧନ୍ୟବାଦ ଅର୍ପଣ କରିଥିଲେ । ଆଚାର୍ଯ୍ୟ ଉମେଶ ଚନ୍ଦ୍ର ମହାନ୍ତ କ୍ରୀଡା ବିବରଣୀ ପାଠ କରିଥିଲେ ‌। ଆଚାର୍ଯ୍ୟ ନିର୍ମଳ ଚନ୍ଦ୍ର ମହାନ୍ତ ପୁରସ୍କାର ଘୋଷଣା କରିଥିଲେ । ଏନ୍.ସି. ସି. ଶିକ୍ଷକ ବସନ୍ତ କୁମାର ମହାନ୍ତଙ୍କ ସମେତ ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ସେବକ ସେବିକା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶେଷରେ କୃତି ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା ।

---------------

ହିନ୍ଦୁସ୍ଥାନ ସମାଚାର / Trinath Mahanta


 rajesh pande