ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚିତ୍ରାଙ୍କନ ପ୍ରତିଯୋଗିତା
କେନ୍ଦ୍ରାପଡା, ୨୩ ନଭେମ୍ବର (ହି.ସ.)- କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଆଜି କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଚିତ୍ରାଙ୍କନ ପ୍ରତିଯୋଗିତା ଜିଲ୍ଲା ଜଜ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷା ଶ୍ରୀମତୀ ଲୁନା ମହାନ୍ତିଙ୍କ ତତ୍ୱାବଧାନ
ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚିତ୍ରାଙ୍କନ ପ୍ରତିଯୋଗିତା


କେନ୍ଦ୍ରାପଡା, ୨୩ ନଭେମ୍ବର (ହି.ସ.)- କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଆଜି କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଚିତ୍ରାଙ୍କନ ପ୍ରତିଯୋଗିତା ଜିଲ୍ଲା ଜଜ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷା ଶ୍ରୀମତୀ ଲୁନା ମହାନ୍ତିଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଯୋଗିତାରେ କେନ୍ଦ୍ରାପଡା ଜିଲ୍ଲାର ସରକାରୀ ଓ ବେସରକାରୀ ବିଦ୍ୟାଳୟର ୯୯ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ ।

କାର୍ଯ୍ୟକ୍ରମକୁ ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ସନ୍ତୋଷ କୁମାର ମହାପାତ୍ର ପରିଚାଳନା କରିଥିବା ବେଳେ ଅତିରିକ୍ତ ଜିଲ୍ଲା ଜଜ ତଥା ସ୍ୱତନ୍ତ୍ର ଜଜ (ପୋକ୍ସୋ) ଶ୍ରୀମତୀ ପ୍ରଜ୍ଞା ପରମିତା ରାଉଳ, ସିନିୟର ସିଭିଲ ଜଜ ଅନ୍ନପୂର୍ଣ୍ଣା ନାୟକ, ରେଜିଷ୍ଟାର ସୁଦିପ କୁମାର ଦାସ, ଅତିରିକ୍ତ ସିନିୟର ସିଭିଲ ଜଜ ଶୁଭଗୈାତମ ମିଶ୍ର, ଜେଏମଏଫସି ସସ୍ମିତା ସାହୁ, ଜେଏମଏଫସି ଦେବାଶିଷ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ ।

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande