ଜିଲ୍ଲା ନ୍ୟାୟାଳୟ ପରିସର ସୋନପୁର ଠାରେ ଶିଶୁ ଦିବସ ଉପଲକ୍ଷେ ଚିତ୍ରାଙ୍କନ ପ୍ରତିଯୋଗିତା
ସୁବର୍ଣ୍ଣପୁର, ୨୩ ନଭେମ୍ବର (ହି.ସ.)- ଓଡିଶା ଉଚ୍ଚ ନ୍ୟାୟାଳୟ କଟକଙ୍କ ନିର୍ଦ୍ଦେଶ ଏବଂ ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକଙ୍କ ନିର୍ଦ୍ଦେଶ କ୍ରମେ ଏବଂ ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁରର ଅଧ୍ୟକ୍ଷଙ୍କ ତତ୍ୱାବଧାନରେ ଆଜି ଜିଲ୍ଲା ନ୍ୟାୟାଳୟ ପରିସର ସୋନପୁର ଠାରେ ଶିଶୁ ଦିବସ ଉପଲକ୍ଷେ ଚି
ଜିଲ୍ଲା ନ୍ୟାୟାଳୟ ପରିସର ସୋନପୁର ଠାରେ ଶିଶୁ ଦିବସ ଉପଲକ୍ଷେ ଚିତ୍ରାଙ୍କନ ପ୍ରତିଯୋଗିତା


ଜିଲ୍ଲା ନ୍ୟାୟାଳୟ ପରିସର ସୋନପୁର ଠାରେ ଶିଶୁ ଦିବସ ଉପଲକ୍ଷେ ଚିତ୍ରାଙ୍କନ ପ୍ରତିଯୋଗିତା


ଜିଲ୍ଲା ନ୍ୟାୟାଳୟ ପରିସର ସୋନପୁର ଠାରେ ଶିଶୁ ଦିବସ ଉପଲକ୍ଷେ ଚିତ୍ରାଙ୍କନ ପ୍ରତିଯୋଗିତା


ସୁବର୍ଣ୍ଣପୁର, ୨୩ ନଭେମ୍ବର (ହି.ସ.)- ଓଡିଶା ଉଚ୍ଚ ନ୍ୟାୟାଳୟ କଟକଙ୍କ ନିର୍ଦ୍ଦେଶ ଏବଂ ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକଙ୍କ ନିର୍ଦ୍ଦେଶ କ୍ରମେ ଏବଂ ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁରର ଅଧ୍ୟକ୍ଷଙ୍କ ତତ୍ୱାବଧାନରେ ଆଜି ଜିଲ୍ଲା ନ୍ୟାୟାଳୟ ପରିସର ସୋନପୁର ଠାରେ ଶିଶୁ ଦିବସ ଉପଲକ୍ଷେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ଉକ୍ତ ଚିତ୍ରାଙ୍କନ ପ୍ରତିଯୋଗିତାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ଅଧୀନରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟରୁ ୭୪ ଜଣ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ |

ଏଥିରେ ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁରର ଅଧ୍ୟକ୍ଷ ଦିଲୀପ କୁମାର ବିଶ୍ୱାଳ, ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁରର ସଚିବ ଦେବାଶିଷ ଦାସ, ବରିଷ୍ଠ ଦେୱାନୀ ଜଜ ଗଗନ ସାହୁ, ମହିଳା କୋର୍ଟ ବିଚାରପତି ଶ୍ରୀମତୀ ବବିତା ପାତ୍ର, ସିଭିଲ କୋର୍ଟ ରେଜିଷ୍ଟ୍ରାର ଶ୍ରୀମତୀ ପ୍ରଜ୍ଞା ପାରମିତା ପ୍ରତିହାରୀ, ଉପଖଣ୍ଡ ସ୍ତରୀୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ସ୍ୱଦେଶନା ପଟ୍ଟନାୟକ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ମିସ ପ୍ରଣତି ରଥ, ପ୍ରୋବେସନ ଅଫିସର ରାହୁଲ ବିକ୍ରମ ପାଠୀ ପ୍ରମୁଖ ଯୋଗ ଦେଇଥିଲେ I ପ୍ରତିଯୋଗିତା ଶେଷରେ ସମସ୍ତ ଛାତ୍ରଛାତ୍ରୀଙ୍କୁ ସାନ୍ତ୍ୱନାମୂଳକ ପୁରସ୍କାର ପ୍ରଦାନ କରାଯାଇଥିଲା।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande