
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)
- ପୂର୍ବତନ
ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା
ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା
ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି
ଜଣାଉଛି। ରାଜ୍ୟକୁ ପ୍ରଗତି ପଥରେ ଆଗେଇ ନେବା ସହ ଭାଷା, ସାହିତ୍ୟର ଉନ୍ନତି ତଥା
ଲୋକଙ୍କ କଲ୍ୟାଣରେ ତାଙ୍କ ଅବଦାନ ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା