
ଭୁବନେଶ୍ୱର, ୨୪ ନଭେମ୍ବର (ହି.ସ.)- ସୋମବାର ସକାଳେ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । କୋରାପୁଟ, ଢ଼େଙ୍କାନାଳ, ରାଉରକେଲା, ଖୋର୍ଦ୍ଧା ଏବଂ ଗୋପାଳପୁରରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଥିଲା ।
ସେହିପରି ରାଜ୍ୟର ରାଜଧାନୀ ଭୁବନେଶ୍ୱର ଓ ପାରାଦୀପରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଥିଲା । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ