ପାଟଣାଗଡ ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ
ବଲାଙ୍ଗୀର, ୨୪ ନଭେମ୍ବର(ହି.ସ.) – ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ପାଟଣାଗଡ ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି। ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ସମୁଦାୟ ୬୩ ଗୋଟି ଅଭିଯୋଗ ଦାଖଲ ହୋଇଥିଲ
ପାଟଣାଗଡ ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ


ବଲାଙ୍ଗୀର, ୨୪ ନଭେମ୍ବର(ହି.ସ.) – ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ପାଟଣାଗଡ ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି। ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ସମୁଦାୟ ୬୩ ଗୋଟି ଅଭିଯୋଗ ଦାଖଲ ହୋଇଥିଲା। ତନ୍ମଧ୍ୟରୁ ୬୦ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୩ ଗୋଟି ସାମୁହିକ ଅଭିଯୋଗ ଥିଲା। ଜନସାଧାରଣଙ୍କ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୯ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ। ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ, ତରଣୀ ସୁନା, ଉପ ଆରକ୍ଷୀ ଅଧିକ୍ଷକ ହିମାଂଶୁ ମଲ୍ଲିକ, ପାଟଣାଗଡ ଉପ ଜିଲ୍ଲାପାଳ, ସୁନିଲ କୁମାର ମେହେର, ଆସିଷ୍ଟାଂଟ କଲେକ୍ଟର (ସାଧାରଣ ଓ ବିବିଧ) ରାମ ନାରାୟଣ ମିଶ୍ର ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ହିନ୍ଦୁସ୍ଥାନ ସମାଚାର/ଗୋପବନ୍ଧୁ/ବୀଣାପାଣି

.......................................

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande