କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ
ଭୁବନେଶ୍ୱର, ୨୪ ନଭେମ୍ବର (ହି.ସ.)- ବଲିଉଡ୍ ର ହି-ମ୍ୟାନ୍‌, ପଦ୍ମଭୂଷଣ, ପୂର୍ବତନ ସାଂସଦ ଏବଂ କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ମୁମ୍ବାଇସ୍ଥିତ ବାସଭବନରେ ୮୯ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ସ୍ୱର୍
କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ


ଭୁବନେଶ୍ୱର, ୨୪ ନଭେମ୍ବର (ହି.ସ.)- ବଲିଉଡ୍ ର ହି-ମ୍ୟାନ୍‌, ପଦ୍ମଭୂଷଣ, ପୂର୍ବତନ ସାଂସଦ ଏବଂ କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ମୁମ୍ବାଇସ୍ଥିତ ବାସଭବନରେ ୮୯ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ସ୍ୱର୍ଗତଃ ଧର୍ମେନ୍ଦ୍ରଙ୍କ ଦେହାନ୍ତରେ ଏକ ଯୁଗର ଅନ୍ତ ହୋଇଛି । ସେ ଜଣେ ଯୁଗଜନ୍ମା କଳାକାର ଭାବେ ଅନେକ ଚଳଚ୍ଚିତ୍ରରେ ତାଙ୍କ ନିପୁଣ ଅଭିନୟରେ ଶ୍ରେଷ୍ଠ ପୁରସ୍କାର ପ୍ରାପ୍ତ କରିବା ସହ ଅନେକ ସୁନାମ ଅର୍ଜନ କରିଥିଲେ । ତାଙ୍କର ଜୀବନ୍ତ ଅଭିନୟ ମାଧ୍ୟମରେ ଦେଶବାସୀଙ୍କ ହୃଦୟରେ ସେ ଯେଉଁ ସ୍ଥାନ ଅଧିକୃତ କରିଛନ୍ତି ତାହା ଚିର କାଳ ପାଇଁ ଅମର। ବଲିଉଡ୍ ରେ ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନର ଏକ ଖୋରାକ୍ ଯୋଗାଇଥିଲା ତାଙ୍କ ଅଭିନୟ । ସ୍ୱର୍ଗତଃ ଧର୍ମେନ୍ଦ୍ରଙ୍କ ବିୟୋଗ ଚଳଚ୍ଚିତ୍ର ଜଗତ ପାଇଁ ଅପୁରଣୀୟ କ୍ଷତି ବୋଲି ଶ୍ରୀ ସାମଲ କହିଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସ୍ୱର୍ଗତଃ ଧର୍ମେନ୍ଦ୍ରଙ୍କ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ପ୍ରତି ଶ୍ରୀ ସାମଲ ସମବେଦନା ଜ୍ଞାପନ କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande