ସମ୍ବିଧାନ ଦିବସରେ ସମ୍ବିଧାନର ମୂଲ୍ୟବୋଧକୁ ସମ୍ମାନ ଜଣାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ସମ୍ବିଧାନ ଦିବସରେ ସମ୍ବିଧାନର ମୂଲ୍ୟବୋଧକୁ ସମ୍ମାନ ଜଣାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜି, ନଭେମ୍ବର ୨୬, ସମ୍ବିଧାନ ଦିବସ ଅବସରରେ, ସମସ୍ତଙ୍କୁ
ସମ୍ବିଧାନ ଦିବସରେ ସମ୍ବିଧାନର     ମୂଲ୍ୟବୋଧକୁ ସମ୍ମାନ ଜଣାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ


ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ସମ୍ବିଧାନ

ଦିବସରେ ସମ୍ବିଧାନର ମୂଲ୍ୟବୋଧକୁ ସମ୍ମାନ ଜଣାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ

ଦେଇଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜି, ନଭେମ୍ବର ୨୬, ସମ୍ବିଧାନ ଦିବସ ଅବସରରେ, ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ​୧୯୪୯ ମସିହା ଆଜିର ଦିନରେ ଭାରତୀୟ

ସମ୍ବିଧାନକୁ ବିଧିବଦ୍ଧ ଭାବେ ଗ୍ରହଣ କରାଯାଇଥିଲା। ଏହି ଶୁଭ ଅବସରରେ, ଆସନ୍ତୁ ଆମ ସମ୍ବିଧାନର ମୂଲ୍ୟବୋଧକୁ ସମ୍ମାନ ଜଣାଇ ରାଷ୍ଟ୍ର ଗଠନ ଦିଗରେ ନିଜର କର୍ତ୍ତବ୍ୟ

ପାଳନ କରିବା ଓ ​ମା ଭାରତୀର ସେବାରେ ନିଜକୁ ସମର୍ପଣ କରିବା ପାଇଁ ସଂକଳ୍ପ ନେବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande