
ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ୨୬/୧୧
ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ଶହୀଦ ସମସ୍ତ ସୁରକ୍ଷାକର୍ମୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି
ଯେ, ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ସମସ୍ତ ସୁରକ୍ଷାକର୍ମୀଙ୍କୁ
ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି। ସେମାନଙ୍କ ବଳିଦାନକୁ ଦେଶବାସୀ କେବେବି ଭୁଲିବେ ନାହିଁ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା