ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧଦିବସ ପାଳିତ
ଭୁବନେଶ୍ୱର, ୦୬ ନଭେମ୍ବର (ହି.ସ)- ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍‌ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ । ସେ ତତ୍‌କାଳୀନ ସମାଜରେ ପ୍ରଚଳିତ ଏକାଧିକ କୁସଂସ୍କାର ବିରୁଦ୍ଧରେ ସଂଗ୍ରାମ ଜାରି ରଖିଥି
ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧଦିବସ ପାଳିତ


ଭୁବନେଶ୍ୱର, ୦୬ ନଭେମ୍ବର (ହି.ସ)- ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍‌ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ । ସେ ତତ୍‌କାଳୀନ ସମାଜରେ ପ୍ରଚଳିତ ଏକାଧିକ କୁସଂସ୍କାର ବିରୁଦ୍ଧରେ ସଂଗ୍ରାମ ଜାରି ରଖିଥିଲେ । ସେ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ। ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନ ଆନ୍ଦୋଳନରେ ନୀଳକଣ୍ଠ ସକ୍ରିୟ ଯୋଗଦାନ କରିଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ମଣ୍ଡନ କରିବା ସହିତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ପଦ ମଧ୍ୟ ଅଳଙ୍କୃତ କରିଥିଲେ। ସେ ଥିଲେ ଏକାଧାରରେ ସଂଗ୍ରାମୀ, ସଂସ୍କାରକ, ଅଧ୍ୟାପକ, ଶିକ୍ଷାବିତ୍‌, ରାଜନେତା, ବାଗ୍ମୀ ଓ ସୁଲେଖକ । ଓଡ଼ିଶା ଇତିହାସରେ ତାଙ୍କର କୃତି ଓ କୀର୍ତ୍ତି ଚିର ଉଜ୍ଜ୍ୱଳ ରହିବ ।

ପଣ୍ଡିତ ନୀଳକଣ୍ଠ ଦାସଙ୍କର ଶ୍ରାଦ୍ଧଦିବବସ ଅବସରରେ ବିଧାନସଭା ପରିସରରେ ଆୟୋଜିତ ସଂକ୍ଷିପ୍ତ ଉତ୍ସବରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉତ୍କଳ ସମ୍ମିଳନୀ, ପୂଜ୍ୟପୂଜା ସଂସଦ ଓ ପଣ୍ଡିତ ନୀଳକଣ୍ଠ ସ୍ମୃତି ସମିତିର କର୍ମକର୍ତା, ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ବିଧାନସଭାର ସଚିବ ସତ୍ୟବ୍ରତ ରାଉତ ପ୍ରମୁଖ ପଣ୍ଡିତ ନୀଳକଣ୍ଠଙ୍କ ପ୍ରତିମୂର୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା। ସୁଶ୍ରୀ ରୋଜାଲିନ୍ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande