
ଜୟପୁର, ୭ ନଭେମ୍ବର (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ କଳାଗୁଡା ଜଙ୍ଗଲରେ ଆଜି ଅବକାରି ଚଢଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ପକ୍ଷରୁ ଆଜି ଚଢଉ ହୋଇଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୨୮ ଶହ ଲିଟର ପୋଚ ଓ ୨୨୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ, ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୂଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପିକେପି