
ଭୁବନେଶ୍ୱର, ୭ ନଭେମ୍ବର (ହି.ସ.)- ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ଆଜି ସକାଳେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଥିଲା ।
ସେହିପରି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ହାଲୁକା କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ଥିଲା । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ