ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମର ୧୫୦ ବର୍ଷ ପୂର୍ତି ଉତ୍ସବ ପାଳନ
ସମ୍ବଲପୁର, ୦୭ ନଭେମ୍ବର(ହି.ସ.) – ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ୍‌ର ୧୫୦ ବର୍ଷ ପୂର୍ତି ଅବସରରେ ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ଉତ୍ସସିତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସମ୍ବଲପୁରରେ ଏକ ଜିଲ୍ଲାସ୍ତରୀୟ ଉତ୍ସବ ଚନ୍ଦ୍ରଶେଖର ବେହେରା ଜିଲ୍ଲାସ୍କ
ରାଷ୍ଟ୍ରୀୟ ଗୀତ “ବନ୍ଦେ ମାତରମ” ର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ପାଳନ


ରାଷ୍ଟ୍ରୀୟ ଗୀତ “ବନ୍ଦେ ମାତରମ” ର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ପାଳନ


ରାଷ୍ଟ୍ରୀୟ ଗୀତ “ବନ୍ଦେ ମାତରମ” ର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ପାଳନ


ରାଷ୍ଟ୍ରୀୟ ଗୀତ “ବନ୍ଦେ ମାତରମ” ର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ପାଳନ


ସମ୍ବଲପୁର, ୦୭ ନଭେମ୍ବର(ହି.ସ.) – ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ୍‌ର ୧୫୦ ବର୍ଷ ପୂର୍ତି ଅବସରରେ ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ଉତ୍ସସିତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସମ୍ବଲପୁରରେ ଏକ ଜିଲ୍ଲାସ୍ତରୀୟ ଉତ୍ସବ ଚନ୍ଦ୍ରଶେଖର ବେହେରା ଜିଲ୍ଲାସ୍କୁଲ ଠାରେ ଆୟୋଜିତ ହୋଇଯାଇଛି। ଉକ୍ତ ଉତ୍ସବରେ ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ସୁଧାଂଶୁ କୁମାର ଭୋଇ, ଅତିରିକ୍ତ ଜିଲ୍ଲାପାଳ(ସାଧରଣ) ଅଶୋକ କୁମାର ଭୋଇ, ସମ୍ବଲପୁର ମହାନଗର ନିଗମ ଆୟୁକ୍ତ ରେହାନ କ୍ଷେତ୍ରୀ ପ୍ରମୁଖଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି, ସରକାରୀ କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହି ନୂଆଦିଲ୍ଲୀରୁ ଲାଇଟ୍ ଷ୍ଟ୍ରେମିଙ୍ଗ୍ କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ।ଏହି ଐତିହାସିକ ଅବସରରେ ଭବ୍ୟ ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ ସମୂହ ଗାନ କରାଯାଇଥିଲା।

ଏହି ପରିପ୍ରେକ୍ଷୀରେ ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ବୋନ୍ଦର ସମାରୋହରେ ଯୋଗଦେଇ ରାଷ୍ଟ୍ରୀୟ ଗୀତ “ବନ୍ଦେ ମାତରମ” ସମ୍ପର୍କରେ ନିଜ ବକ୍ତବ୍ୟରେ କହିଲେ ପ୍ରତ୍ୟେକ ସ୍ୱାଧୀନତା ସଂଗ୍ରାମୀ ଏବଂ ଭାରତୀୟଙ୍କର ଅତୁଟ ସଂକଳ୍ପର ଭାବନା ଓ ହୃଦୟର ସ୍ପନ୍ଦନ ବୋଲି ମତବ୍ୟକ୍ତ କରିଥିଲେ। ଏହି ଉତ୍ସବ ପାଳନ ଅବସରରେ “ବନ୍ଦେ ମାତରମ” ସମୂହ ଗାନ କରାଯାଇଥିଲା।

ହିନ୍ଦୁସ୍ଥାନ ସମାଚାର/ଶୈଳେଶ/ବୀଣାପାଣି

.......................................

ହିନ୍ଦୁସ୍ଥାନ ସମାଚାର / ଶୈଳେଶ


 rajesh pande