
ଭୁବନେଶ୍ୱର, ୦୮ ନଭେମ୍ବର (ହି.ସ)- ଆସନ୍ତା ୧୦ ତାରିଖ (ସୋମବାର) ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣୀ ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପରବର୍ତୀ ଅଭିଯୋଗ ଶୁଣାଣୀର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ମାଧ୍ୟମରେ ଜଣାଇ ଦିଆଯିବ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା