ଆଇନସେବା ପ୍ରାଧିକରଣ ତରଫରୁ ମାନବିକ ଅଧିକାର ଦିବସ
କେନ୍ଦ୍ରାପଡା , 10 ଡିସେମ୍ବର (ହି.ସ.)କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ମାନବିକ ଅଧିକାର ଦିବସ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ସନ୍ତୋଷ କୁମାର ମହାପାତ୍ରଙ୍କ ତତ୍ୱାବଧାନ ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ସେଣ୍ଟ ଜାଭିଅର ହାଇସ୍କୁଲ ର ଛାତ୍ରଛାତ୍ରୀ ମା
ଆଇନସେବା ପ୍ରାଧିକରଣ ତରଫରୁ ମାନବିକ ଅଧିକାର ଦିବସ


କେନ୍ଦ୍ରାପଡା , 10 ଡିସେମ୍ବର (ହି.ସ.)କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ମାନବିକ ଅଧିକାର ଦିବସ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ସନ୍ତୋଷ କୁମାର ମହାପାତ୍ରଙ୍କ ତତ୍ୱାବଧାନ ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ସେଣ୍ଟ ଜାଭିଅର ହାଇସ୍କୁଲ ର ଛାତ୍ରଛାତ୍ରୀ ମାନଙ୍କୁ ମାନବିକ ଅଧିକାର ଦିବସ ଓ ଏହାର ଅଧିନିୟମ ଅନ୍ତର୍ଗତ ନିୟମାବଳୀ ଓ ଆଇନର ଦିଗ ଉପରେ ଅଲୋକପାତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମ ରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଏକ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ଅଂଶ ଗ୍ରହଣ କରି ଉତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରା ଯାଇଥିଲା । ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଡିସିପିଓ ବିଜୟ କୁମାର ସାହୁ, ସିଡବ୍ଲୁସି ର ଅଧ୍ୟକ୍ଷା ସ୍ୱାଗତିକା ପାତ୍ର, ବ୍ଲକ ଶିକ୍ଷା ଅଧିକାରୀ ଓ ବିଦ୍ୟାଳୟ ର ଅଧ୍ୟକ୍ଷ ନିରଞ୍ଜନ ବେହେରା ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ମାନବିକ ଅଧିକାର ଉପରେ ଶିକ୍ଷଣୀୟ ବକ୍ତବ୍ୟ ପ୍ରଦାନ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande