
ଭୁବନେଶ୍ୱର,୧୧ ଡିସେମ୍ବର (ହି.ସ.)- ଗଞ୍ଜାମ ଜିଲ୍ଲା ପାତ୍ରପୁର ତହସିଲର ବାଡିଆ ସନ୍ତୋଷ (ପିତା - ବାଡିଆ କର୍ଣ୍ଣ) ଙ୍କର ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (ଉଗଜୠ) ରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା