
ଭୁବନେଶ୍ୱର, ୧୧ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ଓ ଶୀତ ଲହରି ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଶୀତ ଲହରି ନେଇ ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନ୍ୟପକ୍ଷରେ ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ୨ ଜିଲ୍ଲା(ସୁନ୍ଦରଗଡ଼, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ । ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ