
ଭୁବନେଶ୍ୱର, ୧୧ ଡିସେମ୍ବର (ହି.ସ.)- ଗୁରୁବାର ସକାଳେ ରାଉରକେଲା ଓ କୋରାପୁଟରେ ଘନ କୁହୁଡ଼ି ଦେଖାଯାଇଥିବା ବେଳେ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଏବଂ ଭବାନୀପାଟଣା ଓ ଚାନ୍ଦବାଲିରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।
ଆଜି ସକାଳେ ରାଉରକେଲା ଓ କୋରାପୁଟରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ସେହିପରି ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଅନୁରୂପ ଭାବେ ଭବାନୀପାଟଣା ଓ ଚାନ୍ଦବାଲିରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି ।
ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଝାରସୁଗୁଡ଼ାରେ ଭୀଷଣ ଶୀତ ଲହରି ଅନୁଭୂତ ହୋଇଥିବା ବେଳେ ଅନୁଗୁଳରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ