ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ
ଭୁବନେଶ୍ୱର, ୧୧ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ୧୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, ଭଦ୍ରକ ଏବଂ କଳାହାଣ୍ଡି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟ
ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ


ଭୁବନେଶ୍ୱର, ୧୧ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ୧୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, ଭଦ୍ରକ ଏବଂ କଳାହାଣ୍ଡି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande