ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି, ଭବାନୀପାଟଣା ଓ ରାଉରକେଲାରେ ହାଲୁକା କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୧୨ ଡିସେମ୍ବର (ହି.ସ.)- ଶୁକ୍ରବାର ସକାଳେ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖାଯାଇଥିବା ବେଳେ ଭବାନୀପାଟଣା ଓ ରାଉରକେଲାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଆଜି ସକାଳେ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର
ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି, ଭବାନୀପାଟଣା ଓ ରାଉରକେଲାରେ ହାଲୁକା କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୧୨ ଡିସେମ୍ବର (ହି.ସ.)- ଶୁକ୍ରବାର ସକାଳେ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖାଯାଇଥିବା ବେଳେ ଭବାନୀପାଟଣା ଓ ରାଉରକେଲାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।

ଆଜି ସକାଳେ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଅନୁରୂପ ଭାବେ ଭବାନୀପାଟଣା ଓ ରାଉରକେଲାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି ।

ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଓ ଝାରସୁଗୁଡ଼ାରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande