
ଭୁବନେଶ୍ୱର, 13 ଡିସେମ୍ବର (ହି.ସ.)- ସମ୍ବିତ ପାତ୍ରଙ୍କୁ
ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପୁରୀ ଲୋକସଭା କ୍ଷେତ୍ରର ଲୋକପ୍ରିୟ ସାଂସଦ ସମ୍ବିତ
ପାତ୍ରଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ
ଶ୍ରୀଜଗନ୍ନାଥଙ୍କ କୃପାରୁ ଆପଣ ସଦା ସୁସ୍ଥ ଓ ନିରୋଗ ରହି ଜନସେବାରେ ଏବଂ ରାଷ୍ଟ୍ରସେବାରେ
ବ୍ରତୀ ରୁହନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା