
ଭୁବନେଶ୍ୱର, 14 ଡିସେମ୍ବର (ହି.ସ.) ଗଞ୍ଜାମ ଜିଲ୍ଲା ଛତ୍ରପୁର ତହସିଲର ପ୍ରହଲ୍ଲାଦ ନାୟକ(ପିତା - ରତନ ନାୟକ) ଙ୍କର ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ₹୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ