
ଭୁବନେଶ୍ଵର, ୧୪ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ୧୬ ତାରିଖ ସକାଳ ସୁଦ୍ଧା ରାଜ୍ୟର ୪ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ