
ଭୁବନେଶ୍ୱର, ୧୫ ଡିସେମ୍ବର (ହି.ସ.)- ସୋମବାର ସକାଳେ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ କୋରାପୁଟରେ ମଧ୍ୟମ ଧରଣର କୁହୁଡ଼ି ଏବଂ ଭବାନୀପାଟଣା ଓ ଝାରସୁଗୁଡ଼ାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।
ଆଜି ସକାଳେ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ସେହିପରି କୋରାପୁଟରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଅନୁରୂପ ଭାବେ ଭବାନୀପାଟଣା ଓ ଝାରସୁଗୁଡ଼ାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ