
ଭୁବନେଶ୍ୱର, 15 ଡିସେମ୍ବର (ହି.ସ.)- ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ
ନେତା ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରିବା ସହ ସମର୍ଥକଙ୍କ ଉପରେ ମରଣାନ୍ତକ
ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।
ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଦିନ ଦ୍ବିପହରରେ ଏହି
ଘଟଣା ଘଟିଥିଲେ ବି ପୋଲିସ ପ୍ରଶାସନ ତଥା ସରକାର ନିରବଦ୍ରଷ୍ଟା ସାଜିବା ଏବଂ ଏପର୍ଯ୍ୟନ୍ତ କାହା
ଉପରେ ବି କାର୍ଯ୍ୟାନୁଷ୍ଠାନ ନ ନେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି।
ରାଜ୍ୟରେ ଅରାଜକତା ଓ ଗୁଣ୍ଡାରାଜକୁ ପ୍ରସୟ ଦେଇ ବିଜେପି ସରକାର କ'ଣ ଦର୍ଶାଇବାକୁ
ଚାହୁଁଛନ୍ତି? ଶାନ୍ତିପ୍ରିୟ
ଓଡ଼ିଶାବାସୀ ଏହାକୁ କଦାପି ଗ୍ରହଣ କରିବେ ନାହିଁ। ତୁରନ୍ତ ଦୋଷୀଙ୍କ ବିରୋଧରେ ଦୃଢ଼
କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା