ଗୁଗୁଲର ଏଆଇ ଇମ୍ପାକ୍ଟ ସମ୍ମିଟ ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଏଆଇ ଆଗାମୀ ପିଢିର ଛାତ୍ରଛାତ୍ରୀଙ୍କୁ ଦକ୍ଷ କରିବ - ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ/ଭୁବନେଶ୍ୱର, ଡିସେମ୍ବର ୧୬ - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଗୁଗୁଲ୍ ଦ୍ୱାରା ଆୟୋଜିତ ‘ଏଆଇ ଇମ୍ପାକ୍ଟ ସମ୍ମିଟ’ରେ ଯୋଗ ଦେଇ ଭାରତର କୃତ୍ରିମ ବୁଦ୍ଧିମତା (ଏଆଇ) କ୍ଷମତାକୁ ପ୍ର
ୂବୂହର


ଏଆଇ ଆଗାମୀ ପିଢିର ଛାତ୍ରଛାତ୍ରୀଙ୍କୁ ଦକ୍ଷ କରିବ - ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ଡିସେମ୍ବର ୧୬ - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଗୁଗୁଲ୍ ଦ୍ୱାରା ଆୟୋଜିତ ‘ଏଆଇ ଇମ୍ପାକ୍ଟ ସମ୍ମିଟ’ରେ ଯୋଗ ଦେଇ ଭାରତର କୃତ୍ରିମ ବୁଦ୍ଧିମତା (ଏଆଇ) କ୍ଷମତାକୁ ପ୍ରୋତ୍ସାହିତ କରିବା ସହ ଦେଶରେ ଏକ 'ଏଆଇ-ପ୍ରସ୍ତୁତ ପିଢ଼ି' ସୃଷ୍ଟି କରିବା ତଥା ଏଆଇ ମାଧ୍ୟମରେ ଆଗାମୀ ପିଢିର ଛାତ୍ରଛାତ୍ରୀଙ୍କୁ ଦକ୍ଷ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ।

ଦେଶରେ ୪ଟି ଏଆଇ ଉତ୍କର୍ଷ କେନ୍ଦ୍ର ସହିତ ଗୁଗୁଲ୍ ର ସହଯୋଗ ଏବଂ ଏଥିପାଇଁ ୮ ମିଲିୟନ୍ ଆମେରିକୀୟ ଡଲାର୍ ବିନିଯୋଗକୁ ପ୍ରଶଂସା କରିଛନ୍ତି । ଏହା ବ୍ୟତୀତ, ଆଇଆଇଟି ବମ୍ବେ ଠାରେ 'ଇଣ୍ଡିକ୍ ଲାଙ୍ଗୁଏଜ୍ ଟେକ୍ନୋଲୋଜିଜ୍ ରିସର୍ଚ୍ଚ ହବ୍‌' ପ୍ରତିଷ୍ଠା ପାଇଁ ଗୁଗୁଲ୍ ଦ୍ୱାରା ପ୍ରଦତ୍ତ ୨ ମିଲିୟନ୍ ଆମେରିକୀୟ ଡଲା?ର୍ର ଯୋଗଦାନକୁ ମଧ୍ୟ ସେ ସ୍ୱୀକୃତି ଦେଇଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ 'ଇଣ୍ଡିଆ ଏଆଇ ମିଶନ୍‌' ସହିତ ଏହିପରି ରଣନୀତିକ ଶିଳ୍ପ ଭାଗିଦାରୀ ଭାରତକୁ ଏକ ଆନ୍ତର୍ଜାତୀୟ ଏଆଇ ଶକ୍ତିକେନ୍ଦ୍ରରେ ପରିଣତ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିବ । ସେ ଗୁଗୁଲ୍ ଭଳି ବୈଶ୍ୱିକ ସହଯୋଗୀମାନଙ୍କୁ କେବଳ ପାଣ୍ଠି ଯୋଗାଣ ବଦଳରେ, ଏଆଇ ଉତ୍କର୍ଷ କେନ୍ଦ୍ରଗୁଡ଼ିକ ସହିତ ଦୀର୍ଘମିଆଦୀ ସାଂସ୍ଥାନିକ ଭାଗିଦାରୀ ସ୍ଥାପନ କରିବାକୁ ଆହ୍ୱାନ କରିଛନ୍ତି । ଏହା ଦ୍ୱାରା ଭାରତ ବିଶ୍ୱସ୍ତରୀୟ ଏଆଇ ମୂଲ୍ୟ ସୃଷ୍ଟିର ଏକ କେନ୍ଦ୍ର ହୋଇପାରିବ ଏବଂ 'ବିକଶିତ ଭାରତ' ଲକ୍ଷ୍ୟ ହାସଲ ହୋଇପାରିବ ।

ପରେ, ଶ୍ରୀ ପ୍ରଧାନ ଗୁଗୁଲ୍ ଇଣ୍ଡିଆର କଂଟ୍ରି ମ୍ୟାନେଜର ତଥା ଉପ-ସଭାପତି ଶ୍ରୀମତୀ ପ୍ରୀତି ଲୋବାନା ଏବଂ ଗୁଗୁଲ୍ ନେତୃତ୍ୱ ଟିମ୍ ସହ ଏକ ଫଳପ୍ରଦ ବୈଠକ କରିଥିଲେ । ଏହି ଆଲୋଚନାରେ ଡିଜିଟାଲ୍ ବ୍ୟବଧାନକୁ ଦୂର କରିବା, ପ୍ରଯୁକ୍ତିର ଗଣତାନ୍ତ୍ରିକୀକରଣ, ଦେଶର ଦୂରଦୂରାନ୍ତ ଅଞ୍ଚଳରେ ଉନ୍ନତ ଶିକ୍ଷାକୁ ସୁଗମ କରିବା ପାଇଁ ପ୍ରଯୁକ୍ତିର ଉପଯୋଗ ଏବଂ ବଡ଼ ଭାଷା ମଡେଲ୍ ଗୁଡ଼ିକୁ (ଏଲଏଲଏମ) 'ଭାରତୀୟ ଭାଷା' ଓ 'ଭାରତୀୟତା' ସହିତ ସମନ୍ୱିତ କରିବା ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ଶ୍ରୀ ପ୍ରଧାନଙ୍କ ଏହି ଉଦ୍ୟମଗୁଡ଼ିକ ପ୍ରଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଭାରତର ଆଗାମୀ ଯାତ୍ରା ପାଇଁ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ଆଶା କରାଯାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande