ରାଉରକେଲାରେ ଅତି ଘନ କୁହୁଡ଼ି, କୋରାପୁଟ ଓ ଫୁଲବାଣୀରେ ଘନ କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୧୬ ଡିସେମ୍ବର (ହି.ସ.)- ମଙ୍ଗଳବାର ସକାଳେ ରାଉରକେଲାରେ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଫୁଲବାଣୀ, କୋରାପୁଟରେ ଘନ କୁହୁଡ଼ି ଏବଂ ଭବାନୀପାଟଣା ଓ ଝାରସୁଗୁଡ଼ାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଆଜି ସକାଳେ ରାଉରକେଲାରେ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯା
ରାଉରକେଲାରେ ଅତି ଘନ କୁହୁଡ଼ି, କୋରାପୁଟ ଓ ଫୁଲବାଣୀରେ ଘନ କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୧୬ ଡିସେମ୍ବର (ହି.ସ.)- ମଙ୍ଗଳବାର ସକାଳେ ରାଉରକେଲାରେ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଫୁଲବାଣୀ, କୋରାପୁଟରେ ଘନ କୁହୁଡ଼ି ଏବଂ ଭବାନୀପାଟଣା ଓ ଝାରସୁଗୁଡ଼ାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି ।

ଆଜି ସକାଳେ ରାଉରକେଲାରେ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୦ ରୁ ୫୦ ମିଟର ମଧ୍ୟରେ ରହିଛି । ସେହିପରି ଫୁଲବାଣୀ ଓ କୋରାପୁଟରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।

ଅନୁରୂପ ଭାବେ ଭବାନୀପାଟଣା ଓ ଝାରସୁଗୁଡ଼ାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande