ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା, ୧୭ ଡିସେମ୍ବର(ହି.ସ.) – ଜିଲ୍ଲା ମୁଖ୍ୟାଳୟରେ ପଲ୍ଲିଶ୍ରୀ ମେଳା ଏବଂ ଜିଲ୍ଲା ମହୋତ୍ସବ ନିମନ୍ତେ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜି ସନ୍ଧ୍ୟାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ
ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ


କେନ୍ଦ୍ରାପଡ଼ା, ୧୭ ଡିସେମ୍ବର(ହି.ସ.) – ଜିଲ୍ଲା ମୁଖ୍ୟାଳୟରେ ପଲ୍ଲିଶ୍ରୀ ମେଳା ଏବଂ ଜିଲ୍ଲା ମହୋତ୍ସବ ନିମନ୍ତେ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜି ସନ୍ଧ୍ୟାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ରବୀନ୍ଦ୍ର କୁମାର ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, କେନ୍ଦ୍ରାପଡ଼ା ମୁନିସିପାଲିଟି ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ଗିରି, ଜିଲ୍ଲା ସଂସ୍କୃତି ଅଧିକାରୀ ତ୍ରିଭୁବନ ଜୟସିଂ, ଡେପୁଟି ସିଇଓ ଓରମାସ ନିରୋଧ ଜେନା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଷମା ମହାନ୍ତି, ଜିଲ୍ଲା କୃଷି ଅଧିକାରୀ, ସୁରେଶ ଚନ୍ଦ୍ର ମଲ୍ଲିକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରୟ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବିଜୟ କେତନ ସାହୁ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଲୋକନାଥ ପାଣିଗ୍ରାହୀ, ଡିପିସି ମିଶନ ଶକ୍ତି ଆରତୀ ସାହୁ, ସିଡି ଭିଓ ମନୋଜ ପଟ୍ଟନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକିର ମୋହନ ମାଝୀ, ଜିଲ୍ଲା ଶ୍ରମ ଅଧିକାରୀ ଅନନ୍ତ ପଦ୍ମନାଭ ମହମନସିଂ ସମେତ ଅନ୍ୟ ସମସ୍ତ ଲାଇନ୍ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ପ୍ରକାଶଥାଉ କି ପଲ୍ଲିଶ୍ରୀ ମେଳା, ଆତ୍ମନିର୍ଭର ସ୍ୱଦେଶ ମେଳା ଏବଂ ଜିଲ୍ଲା ମହୋତ୍ସବ ଆସନ୍ତା ୯ ଜାନୁଆରୀରୁ ୧୫ ତାରିଖ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆ ଠାରେ ଅନୁଷ୍ଠିତ ହେବ। କାର୍ଯ୍ୟକ୍ରମକୁ କିପରି ସଫଳତାର ସହିତ ଆୟୋଜନ କରାଯିବ ସେଥିନିମନ୍ତେ ପ୍ରସ୍ତୁତିକୁ ଜୋରଦାର କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

.......................................

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande