
େ
ଭୁବନେଶ୍ୱର, 17 ଡିସେମ୍ବର (ହି.ସ.) ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ନିମାପଡ଼ା ସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ମଧୁବାବୁ ପେନସନ୍ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅଧୀନରେ ନୂତନ ଭାବେ ଅନୁମୋଦିତ ହୋଇଥିବା ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ଭତ୍ତା ବଣ୍ଟନ ଶିବିରରେ ଯୋଗଦେଇଛନ୍ତି ।
ଏହି ଅବସରରେ ମଧୁବାବୁ ପେନସନ୍ ଯୋଜନା ଅଧୀନରେ ୧୯୪ ଜଣ ଓ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅଧୀନରେ ୯୪ ଜଣ, ମୋଟ ୨୮୮ ଜଣଙ୍କୁ ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କରା ଯାଇଛି।
ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏହି ସୁଯୋଗକୁ ସରକାରଙ୍କ ସାମାଜିକ ସୁରକ୍ଷା ପ୍ରତିବଦ୍ଧତା ବୋଲି ଉଲ୍ଲେଖ କରି, ଅନ୍ୟ ଯୋଗ୍ୟ ହିତାଧିକାରୀମାନଙ୍କୁ ମଧ୍ୟ ଶୀଘ୍ର ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ