
ଭୁବନେଶ୍ୱର, 17 ଡିସେମ୍ବର (ହି.ସ.)- ମହାରାଜା
ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ସ୍ମରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ
ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ସୁଶାସକ, ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ତଥା ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ
ଗଠନରେ ପ୍ରମୁଖ ଭୂମିକା ନେଇଥିବା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀରେ ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଜଣାଉଛି । ଶିକ୍ଷା, ସ୍ୱାସ୍ଥ୍ୟ ଓ ଗମନାଗମନ କ୍ଷେତ୍ରରେ ବିକାଶ ପାଇଁ ତାଙ୍କର ଅକୁଣ୍ଠିତ ପ୍ରୟାସ ପାଇଁ ସେ ଚିର
ସ୍ମରଣୀୟ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା