ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା
ମାଲକାନଗିରି, ୧୮ ଡିସେମ୍ବର (ହି.ସ.) - ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଉଷ୍କାପଲ୍ଲି ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା କରାଯାଇଥିବା ଜଣାପଡ଼ିଛି । କାଲିମେଳା ପୋଲିସ୍ ଘଟଣା ସ୍ଥଳରେ ପହଂଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି । ସୂଚନା ଅନୁଯ
ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା


ମାଲକାନଗିରି, ୧୮ ଡିସେମ୍ବର (ହି.ସ.) - ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଉଷ୍କାପଲ୍ଲି ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା କରାଯାଇଥିବା ଜଣାପଡ଼ିଛି । କାଲିମେଳା ପୋଲିସ୍ ଘଟଣା ସ୍ଥଳରେ ପହଂଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି । ସୂଚନା ଅନୁଯାୟୀ ଉଷ୍କାପଲ୍ଲି ଗ୍ରାମର ମୁକା ପଡ଼ିଆମି ( ୫୪ ) ନାମକ ବ୍ୟକ୍ତିଙ୍କୁ ବୁଧବାର ରାତିରେ ଦୁଇ ଜଣ ବ୍ୟକ୍ତି ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ଫଳରେ ସେ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ । ଖବର ପାଇ କାଲିମେଳା ପୋଲିସ୍ ଗ୍ରାମରେ ପହଂଚି ତଦନ୍ତ ଆରମ୍ଭ କରିଥିବା ବେଳେ ଆଜି ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି । ସାଇଂଟିଫିକ୍ ଟିମ୍ ଘଟଣା ସ୍ଥଳରେ ପହଂଚିଲା ପରେ ଶବ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି ଥାନା ଅଧିକାରୀ ମୁକୁନ୍ଦ ମେଲକା ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ


 rajesh pande