
ଭୁବନେଶ୍ୱର, ୧୮ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ୨୦ ତାରିଖ ସକାଳ ସୁଦ୍ଧା ରାଜ୍ୟର ୫ ଜିଲ୍ଲାରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, କନ୍ଧମାଳ, ସମ୍ବଲପୁର, କଳାହାଣ୍ଡି ଏବଂ ଝାରସୁଗୁଡ଼ା । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ