
ଭୁବନେଶ୍ୱର, ୧୮ ଡିସେମ୍ବର (ହି.ସ.)- ଗୁରୁବାର ସକାଳେ ରାଉରକେଲା ଓ ଫୁଲବାଣୀରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି ।
ଆଜି ସକାଳେ ରାଉରକେଲା ଓ ଫୁଲବାଣୀରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।
ଅନୁରୂପ ଭାବେ ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ