୨୦ ହଜାର ଟଙ୍କାରେ ରିଅଲ ଇଷ୍ଟେଟ ପ୍ରକଳ୍ପର ସମ୍ପୂର୍ଣ୍ଣ କମନ ଏରିଆ ପଞ୍ଜିକରଣ ହୋଇପାରିବ
ଭୁବନେଶ୍ୱର, 18 ଡିସେମ୍ବର (ହି.ସ)- ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜିକରଣ । ଆପାର୍ଟମେଣ୍ଟର କମନ ଏରିଆ ବା ସର୍ବସାଧାରଣ ଅଞ୍ଚଳ ପଞ୍ଜିକରଣକୁ ନେଇ ଉପୁଜିଥିବା ଦ୍ବନ୍ଦ୍ବ ଦୂର ହୋଇଛି । ରାଜ୍ୟ ସରକାର ଏହି ପଞ୍ଜିକରଣକୁ ସହଜ କରିଛନ୍ତି । ଏଣିକି ୨୦ ହଜାର ଟଙ୍କାରେ ରିଅଲ ଇଷ୍
କୃଷ୍ଣ ମହାପାତ୍ର


ଭୁବନେଶ୍ୱର, 18 ଡିସେମ୍ବର (ହି.ସ)- ସହଜ

ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜିକରଣ । ଆପାର୍ଟମେଣ୍ଟର କମନ ଏରିଆ ବା ସର୍ବସାଧାରଣ ଅଞ୍ଚଳ

ପଞ୍ଜିକରଣକୁ ନେଇ ଉପୁଜିଥିବା ଦ୍ବନ୍ଦ୍ବ ଦୂର ହୋଇଛି । ରାଜ୍ୟ ସରକାର ଏହି ପଞ୍ଜିକରଣକୁ ସହଜ

କରିଛନ୍ତି । ଏଣିକି ୨୦ ହଜାର ଟଙ୍କାରେ ରିଅଲ ଇଷ୍ଟେଟ ପ୍ରକଳ୍ପର ସମ୍ପୂର୍ଣ୍ଣ କମନ ଏରିଆ

ପଞ୍ଜିକରଣ କରାଯିବ । ରାଜସ୍ବ ବିଭାଗ ପକ୍ଷରୁ ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ କରିଛି । ୨୦୨୩

ମସିହାରୁ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ସ୍ବତ୍ବ ଆଇନ ଆସିବା ସତ୍ତ୍ବେ କମନ ଏରିଆ ପଞ୍ଜୀକରଣକୁ

ନେଇ ଦ୍ବନ୍ଦ୍ବ ଉପୁଜିଥିଲା । ଫଳରେ ଆପାର୍ଟମେଣ୍ଟ ପଞ୍ଜିକରଣରେ ଏହା ବାଧକ ସୃଷ୍ଟି ହୋଇଥିଲା ।

ଏଣିକି ୨୦ ହଜାର ଟଙ୍କାରେ ଆସୋସିଏନସ ଅଫ ଆଲଟି ବା ବାସଗୃହ କ୍ରେତା ସଂଘ ନାଁରେ କମନ ଏରିଆ

ପଞ୍ଜିକରଣ ହୋଇପାରିବ । ଗତବର୍ଷ ନଭେମ୍ବରରେ ନଗର ଉନ୍ନୟନ ବିଭାଗ ପକ୍ଷରୁ ସବୁ ଅଂଶୀଦାରଙ୍କୁ

ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ଏଥିରେ ଆପାର୍ଟମେଣ୍ଟର କମନ ଏରିଆ ପଞ୍ଜିକରଣକୁ

ବ୍ୟବସ୍ଥିତ କରିବା ପାଇଁ ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ଗୃହ ଏବଂ ନଗର ଉନ୍ନୟନ

ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande