ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୯ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ଅର୍ଥାତ୍ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ଅର୍ଥାତ୍ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୯ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ଅର୍ଥାତ୍ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ଅର୍ଥାତ୍ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କନ୍ଧମାଳ ।

ସେହିପରି ଘନ କୁହୁଡ଼ି ନେଇ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରୁ ୨୦୦ ମିଟର ମଧ୍ୟରେ ରହିପାରେ । ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande