ଆଗାମୀ ୨ ଦିନ ମଧ୍ୟରେ ୬ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୧୯ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ୨୧ ତାରିଖ ସକାଳ ସୁଦ୍ଧା ରାଜ୍ୟର ୬ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର
ଆଗାମୀ ୨ ଦିନ ମଧ୍ୟରେ ୬ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୧୯ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ୨୧ ତାରିଖ ସକାଳ ସୁଦ୍ଧା ରାଜ୍ୟର ୬ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, କନ୍ଧମାଳ ଏବଂ କଳାହାଣ୍ଡି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande