ଝାରସୁଗୁଡ଼ାରେ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା କଲେ ପୂର୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର, 20 ଡିସେମ୍ବର (ହି.ସ.) ରାଜ୍ୟର ପୂର୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆଜି ଝାରସୁଗୁଡ଼ା ପ୍ରଦକ୍ଷଣ ଗୃହ ଠାରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗ ଦେଇ ଝାରସୁଗୁଡ଼ା ଜିଲ୍ଲାରେ ଜାରି ରହିଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ସେ ନିଜେ ସୋସିଆଲ ମିଡିଆ ଜରି
ପୃଥ୍ୱୀରାଜ ହରିଚନ୍ଦନ


ଭୁବନେଶ୍ୱର, 20 ଡିସେମ୍ବର (ହି.ସ.) ରାଜ୍ୟର ପୂର୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆଜି ଝାରସୁଗୁଡ଼ା ପ୍ରଦକ୍ଷଣ ଗୃହ ଠାରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗ ଦେଇ ଝାରସୁଗୁଡ଼ା ଜିଲ୍ଲାରେ ଜାରି ରହିଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ସେ ନିଜେ ସୋସିଆଲ ମିଡିଆ ଜରିଆରେ ଏହି ସୂଚନା ଦେଇଛନ୍ତି ।

ବୈଠକରେ ଝାରସୁଗୁଡ଼ାର ବିଧାୟକ ଶ୍ରୀ ଟଙ୍କଧର ତ୍ରିପାଠୀ, ଝାରସୁଗୁଡ଼ା ଜିଲ୍ଲାପାଳ କୁନାଲ ମୋତିରାମ ଚୌହାନ, ଅଧିକ୍ଷଣ ଯନ୍ତ୍ରୀ ସତ୍ୟବାନ ପଟେଲ ଏବଂ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ହେମନ୍ତ କୁମାର ନାୟକ ଉପସ୍ଥିତ ଥିଲେ।

ପୂର୍ତ ମନ୍ତ୍ରୀ ହରିଚନ୍ଦନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ ପ୍ରକଳ୍ପ ଗୁଡିକୁ ନିଶ୍ଚିତ ସମୟ ସୀମା ମଧ୍ୟରେ ସମାପ୍ତ କରିବାକୁ ନିର୍ଦେଶ ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande