ରାଉରକେଲାରେ ଘନ କୁହୁଡ଼ି, ଝାରସୁଗୁଡ଼ା, ଫୁଲବାଣୀ ଓ ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୨୦ ଡିସେମ୍ବର (ହି.ସ.)- ଶନିବାର ସକାଳେ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଝାରସୁଗୁଡ଼ା, ଫୁଲବାଣୀ ଓ ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଏବଂ ବାରିପଦାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଆଜି ସକାଳେ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟ
ରାଉରକେଲାରେ ଘନ କୁହୁଡ଼ି, ଝାରସୁଗୁଡ଼ା, ଫୁଲବାଣୀ ଓ ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୨୦ ଡିସେମ୍ବର (ହି.ସ.)- ଶନିବାର ସକାଳେ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଝାରସୁଗୁଡ଼ା, ଫୁଲବାଣୀ ଓ ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଏବଂ ବାରିପଦାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।

ଆଜି ସକାଳେ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ସେହିପରି ଝାରସୁଗୁଡ଼ା, ଫୁଲବାଣୀ ଓ ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି ।

ଅନୁରୂପ ଭାବେ ବାରିପଦାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande