

ଭୁବନେଶ୍ୱର, ୨୦ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, କନ୍ଧମାଳ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରୁ ୨୦୦ ମିଟର ମଧ୍ୟରେ ରହିପାରେ । ପରବର୍ତୀ ୫ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ଠାରୁ ଆସନ୍ତା ୨୭ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ